

ଛତ୍ରପୁର/ଭୁବନେଶ୍ୱର (ସମୃଦ୍ଧ ଓଡିଶା) ଆଣ୍ଡାମାନରେ ଅଟିକି ରହିଥିବା ଗଞ୍ଜାମ ଓ ସୁନ୍ଦରଗଡ ଜିଲ୍ଲାର ୧୮୦ ଜଣ ଶ୍ରମିକଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ କ୍ରମେ ସ୍ଵତନ୍ତ୍ର ବିମାନ ଯୋଗେ ଓଡ଼ିଶାକୁ ଫେରାଇ ଅଣାଯାଇଛି । ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡେଇ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚି ସମସ୍ତ ଶ୍ରମିକ ମାନଙ୍କୁ ସ୍ୱତନ୍ତ୍ର ବସ ଯୋଗେ ଗଞ୍ଜାମ ଓ ସୁନ୍ଦରଗଡ ଜିଲ୍ଲାକୁ ପଠାଇ ଦେଇଥିବା ଜଣାପଡିଛି ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
