

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବା ପାଇଁ ପୁରୀ ବଡ଼ ଦାଣ୍ଡରେ ଆଜି ଅପରାହ୍ନ ସାଢେ ୫ଟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ ଓ ଅନ୍ୟାନ୍ୟ କର୍ମଚାରୀ ମାନେ ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରି କରୋନା ଯୋଦ୍ଧା ମାନଙ୍କୁ ସମ୍ମାନିତ କରିଛନ୍ତି ।
