
ଭୁବନେଶ୍ୱର (ସମୃଦ୍ଧ ଓଡ଼ିଶା) ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ରାଜ୍ୟପାଳ ଗଣେଶୀ ଲାଲ୍ଙ୍କୁ ସାକ୍ଷତ କରି ପୁଣି ଥରେ ସରକାର ଗଠନ କରିବାକୁ ଦାବି ଜଣାଇବା ସହ ୧୧୨ ଜଣ ବିଧାୟକଙ୍କ ସମର୍ଥନ ପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରିଛନ୍ତି । ମେ’ ୨୯ ତାରିଖରେ ନବୀନ ପଟ୍ଟନାୟକ ପଞ୍ଚମ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ କରିବେ । ତାଙ୍କ ସହିତ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ବି ଶପଥ ଗ୍ରହଣ କରିବେ । ଏହି ଶପଥ ଗ୍ରହଣ ଉତ୍ସବ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ କରାଯିବ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା