



ଭୁବନେଶ୍ୱର(ସମୃଦ୍ଧଓଡିଶା) ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି । ବିଜେଡି ସରକାର ସମୟରେ ଗଠନ ହୋଇଥିବା ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’କୁ ଆଜି ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତାକୁ ମଧ୍ୟ ରାଜ୍ୟ ସରକାର ସମାପ୍ତ କରିଛନ୍ତି । ତତକାଳୀନ ବିଜେଡି ସରକାର ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୨୦୧୭ ମସିହାରେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ଏବଂ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ ବା ସ୍ପେଶାଲ ଡେଭଲପମେଂଟ କାଉନସିଲ(ଏସଡିସି) ଗଠନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏ ସଂକ୍ରାନ୍ତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି । ଉଲ୍ଲେଖଯୋଗ୍ୟ, ରାଜ୍ୟର ବିଜେଡି ସରକାର ୨୦୧୭ ମସିହାରେ ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥିଲେ । ଏହାର ଅଧ୍ୟକ୍ଷ ଓ ସଦସ୍ୟ ପଦବୀରେ ବିଜେଡିର ନେତାମାନଙ୍କୁ ଥଇଥାନ କରାଯାଇଥିଲା । ପରବର୍ତ୍ତୀ ସମୟରେ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ ଏହି ପରିଷଦ ଗଠନ ହୋଇଥିଲା ।
ରିପୋର୍ଟ : ରଜତ ମହାପାତ୍ର