

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ଲୁଣିଘାଟି ପଡିଆ ଠାରେ ଓଡିଶା ନୂତନ ଅନୁଦାନ ପ୍ରାପ୍ତ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀ ସଂଘ ତରଫରୁ ରାଜ୍ୟ ସ୍ତରୀୟ କନଭେରସନ କାର୍ଯ୍ୟକ୍ରମ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଏହି ଅବସରରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଏବଂ ଆସ୍କା ବିଧାୟିକା ଯୋଗ ଦେଇଥିଲେ । ଏହାସହ ଗଞ୍ଜାମ ଜିଲ୍ଲା ଡିଇଓ ବିନିତା ସେନାପତି, ପୋଲସରା ବ୍ଲକ ଅଧ୍ୟକ୍ଷ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜ୍ୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

