ରାଜ୍ୟ କ୍ୟାବିନେଟ ବୈଠକ : ସରକାରୀ ସ୍କୁଲରେ ପଢିଲେ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ନାମ ଲେଖିବା ପାଇଁ ମିଳିବ ସୁବିଧା…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିବା ପରେ ଆଜି ବ୍ରହ୍ମପୁରରେ ବିଧାୟକ ବିକ୍ରମ କୁମାର ପଣ୍ଡା ସିଟି ହାଇ ସ୍କୁଲ ଠାରେ ଅବିଭାବକ ପୁରାତନ ଛାତ୍ରଙ୍କୁ କୃତଜ୍ଞତା ଜଣାଇଲେ । ଯେଉଁଥିରେ ସରକାରୀ ହାଇସ୍କୁଲରେ ପଢୁଥିବା ପିଲାଙ୍କ ପାଇଁ ଇଞ୍ଜିନିୟରିଂ ଓ ମେଡିକାଲ କଲେଜରେ ନାମଲେଖାରେ ସଂରକ୍ଷଣ ପ୍ରସ୍ତାବ ମଧ୍ୟ ରହିଛି । ଏହି ନିଷ୍ପତ୍ତି ଅନୁଯାୟୀ, ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ଓଡ଼ିଶାର ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ନାମ ଲେଖାରେ ସଂରକ୍ଷଣ ରହିବ । ଆଉ ଏହାକୁ ଆଗାମୀ ଶିକ୍ଷାବର୍ଷ ଠାରୁ ରାଜ୍ୟରେ ଲାଗୁ କରିବାକୁ ସଂକଳ୍ପ ଆଗତ ହୋଇଛି । କ୍ୟାବିନେଟରେ ଏହି ପ୍ରସ୍ତାବ ପାରିତ ହେବା ପରେ ଏହାକୁ ଚୂଡାନ୍ତ ରୂପ ଦେବାକୁ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଗଠନ କରାଯିବ । ଏହି କମିଟି ଆସନ୍ତା ୩ ମାସ ମଧ୍ୟରେ ଏକ ରିପୋର୍ଟ ପ୍ରଦାନ କରିବେ, ଯାହାଫଳରେ କମିଟିର ସୁପାରିଶକୁ ଆସନ୍ତା ଶିକ୍ଷାବର୍ଷରୁ ଲାଗୁ କରାଯାଇପାରିବ ବୋଲି କୁହାଯାଇଛି । ଆଜିର ଏହି କାଯ୍ୟକ୍ରମରେ ଜିଲ୍ଲା ଶିକ୍ଷାଧିକାରୀ, ରଙ୍ଗିଲୁଣ୍ଡ ବ୍ଲକ ଶିକ୍ଷା ଅଧିକାରୀ, ଅତିରିକ୍ତ ଶିକ୍ଷାଧିକାରୀଙ୍କ ସମେତ ବିଜେଡି ନେତା ତୁମ୍ୱନାଥ ପଣ୍ଡା, ଅଜିତ ପଣ୍ଡା, ନାରାୟଣ ସାମଲ ଓ ବହୁ ପୁରାତନ ଛାତ୍ର ଉପସ୍ଥିତ ଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା