


ଭୁବନେଶ୍ୱର (ସମୃଦ୍ଧ ଓଡିଶା) ରାଷ୍ଟ୍ରପତି ରାମନାଥ ଗୋବିନ୍ଦ ୨ ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିବା ବେଳେ ରାଷ୍ଟ୍ରପତି ଓ ତାଙ୍କ ସହଧର୍ମିଣୀଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି ସ୍ୱାଗତ କରିଥିଲେ । ଏହାପରେ ସେ ତାଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବା ନିମନ୍ତେ ଗସ୍ତ କରିଥିବା ସୂଚନା ମିଳିଛି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା





