ଜଗନ୍ନାଥ ପ୍ରସାଦ (ସମୃଦ୍ଧ ଓଡିଶା) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ ପୋଲିସ ବାବୁ । ଖାକି ନେଉଛି ଲାଞ୍ଚ । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନାରେ । ସୂଚନା ଅନୁଯାୟୀ କାର୍ଯ୍ୟରତ ପ୍ରୋଭିଶନାଲ ଏସଆଇ ସିଦ୍ଧାର୍ଥ କୁମାର ଗୌଡ଼ ୩୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛି । ଗଲା କିଛି ଦିନ ତଳେ ଜଗନ୍ନାଥ ପାଟଣା ଗାଁରେ ଘର ଭଡାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିଲା । ଥାନାରେ ଯାଇ ମାମଲା ପହଁଚିଥିଲା । ଏହି କେଶକୁ ରଫା ଦଫା କରିବା ପାଇଁ ୩୦୦୦ ଟଙ୍କା ଲାଞ୍ଚ ମାଗିଥିଲେ ଏସଆଇ ଜଣକ । ପି ରାଜା ସେନାପତିଙ୍କ ଠାରୁ ୩୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଏସଆଇଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଟିମ ରେଡ଼ ହେଣ୍ଡ ଧରିଥିଲେ । ଏହାପରେ ଏସଆଇ ନାମରେ ମାମଲା ରୁଜୁ କରି ବ୍ରହ୍ମପୁର ଭିଜିଲାନ୍ସ ଅଫିସକୁ ନିଆଯାଇଥିବା ଜଣାପଡିଛି ।
ରିପୋର୍ଟ : ନିଲୁ ବିଷୋୟୀ