

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ଲାଞ୍ଜିପୁଲ୍ଲୀଠାରେ ଓଁ ଶ୍ରୀ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଷୋଡ଼ଶ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗୋପାଳପୁର ବିଧାୟକ ଡ଼ ପ୍ରଦୀପ କୁମାର ପାଣିଗ୍ରାହୀ ଏବଂ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ବ୍ରହ୍ମପୁର ବିଡିଏ ଅଧ୍ୟକ୍ଷ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଏଥିସହ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

