ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଶ୍ରେଣୀ ଗୃହକୁ ମୋବାଇଲ ନ ନେବା ପାଇଁ ନିର୍ଦ୍ଦେଶ:ଜିଲ୍ଲାପାଳ…

ଛତ୍ରପୁର (ସମୃଦ୍ଧ ଓଡିଶା) ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଶ୍ରେଣୀ ଗୃହକୁ ମୋବାଇଲ ନ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ସୂଚନା ଅନୁସାରେ ଚଳିତ ବର୍ଷ ଦଶମ ଶ୍ରେଣୀ ପରୀକ୍ଷାରେ ସରକାରୀ ସ୍କୁଲର ଫଳାଫଳ ଆଶାଜନକ ନ ହେବା ଓ ଛାତ୍ରଛାତ୍ରୀମାନେ ସରକାରୀ ସ୍କୁଲ ପ୍ରତି ଆଗ୍ରହ ପ୍ରକାଶ ନ କରିବା ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ଚିନ୍ତା ପ୍ରକଟ କରିଛନ୍ତି । ତେବେ ଏଭଳି ପରିସ୍ଥିତିରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ସରକାରୀ ସ୍କୁଲ ପ୍ରତି କଡା ପଦକ୍ଷେପ ଗ୍ରହଣ କରିଛି । ଜିଲ୍ଲାର ସମସ୍ତ ସ୍କୁଲରେ ପାଠ ପଢ଼ା ବେଳେ ଶିକ୍ଷକମାନେ ମୋବାଇଲ ବ୍ୟବହାରକୁ ବାରଣ କରାଯାଇଛି । ଏନେଇ ଜିଲ୍ଲାପାଳ କଡା ନିର୍ଦ୍ଦେଶ ଦେଇଛନ୍ତି ।

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା