

ପୋଲସରା (ସମୃଦ୍ଧ ଓଡିଶା) ବୁଗୁଡା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩୩ତମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି ।ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ଏହି ଅବସରରେ ବୁଗୁଡା ବିଇଓ, ବିଡିଓ, ସଭାପତି, ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ଗୁରୁଜୀ ଗୁରୁମା ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

