
ଭୁବନେଶ୍ୱର:ଆଜି ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କୁ ଦଶହରା ଭେଟି ଦେଇଛନ୍ତି। ସରକାରୀ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ରାଜ୍ୟ ସରକାର ୨ ପ୍ରତିଶତ ବୃଦ୍ଧି କରିଛନ୍ତି । ଆଜି ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କ ମହଙ୍ଗାଭତ୍ତା ୨ ପ୍ରତିଶତ ବୃଦ୍ଧି କରିଛନ୍ତି। ପୂର୍ବରୁ ଏହା ୭ ପ୍ରତିଶତ ଥିବା ବେଳେ ଏହାକୁ ମିଶାଇ ୯ ପ୍ରତିଶତକୁ ବୃଦ୍ଧିି କରାଯାଇଛିି। ଏହି ବର୍ଦ୍ଧିିର୍ତ ମହଙ୍ଗା ଭତ୍ତା ୨୦୧୮ ମସିହା ଜୁଲାଇ ୧ ତାରିଖରୁ ପିଛିଲା ତାରିଖ ଭାବେ ଲାଗୁ ହେବ। ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ଅଧ୍ୟାପକ ଓ କର୍ମଚାରୀମାନେ ମଧ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପାଇବେ ବୋଲି ଜଣାପଡ଼ିଛି।