

ଢେଙ୍କାନାଳ (ସମୃଦ୍ଧ ଓଡିଶା) ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କପିଳାସରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମଙ୍ଗଳ ଅଧିକରୀ ମାନସ ରଞ୍ଜନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦେଓଗାଁ ଜୟଦେବ ଶତପଥୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ ଏବଂ ସମ୍ମାନିତ ଅତିଥି ଭାବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ ଯୁଗଳ କିଶୋର ମିଶ୍ର ଓ ଶରତ ଚନ୍ଦ୍ର ନାୟକ ଓ ଏସଏମସି ଚେୟାରମ୍ୟାନ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାସିଲ କୁଲୁଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗିତାରେ କୃତି ହାସଲ କରିଥିବା କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ଚଳିତ ଶିକ୍ଷା ବର୍ଷ ପାଇଁ ନବମ ଶ୍ରେଣୀ ଛାତ୍ରୀ ସାର ଝୁଡୁକୁ ଶ୍ରେଷ୍ଠ ଛାତ୍ରୀ ଭାବେ ଟ୍ରଫି ପ୍ରଦାନ କରାଗଲା । ଶେଷରେ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା । ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ ସନ୍ଧ୍ୟାରାଣୀ ରଥ ମଞ୍ଚ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ସମସ୍ତ ଶିକ୍ଷୟତ୍ରୀ ସକ୍ରିୟ ଅଂଶ ଗ୍ରହଣ କରିଥିଲେ । ଶେଷରେ ଶିକ୍ଷୟତ୍ରୀ ସନ୍ତୋଷିନୀ ହୋତା ଧନ୍ୟବାଦ ଅର୍ପଣ କରିଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି
