

ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରଠାରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ଓଡିଶା ଏବଂ ଗଜପତି ଜିଲ୍ଲା ପ୍ରଶାସନର ମିଳିତ ଅନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ସରକାରୀ ଯୋଜନା ସଚେତନତା କାର୍ଯ୍ୟକ୍ରମ ଏବଂ ଓଡିଶା ଲୋକସେବା ଅଧିକାର ଓ ଅଧିନିୟମ-୨୦୧୨ ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଅତିତିକ୍ତ ଜିଲ୍ଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳା ଜିଲ୍ଲାପାଳ ଅନୁପମ ସାହା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ସରକାରୀ ଯୋଜନାରେ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସୁବିଧା ଓ ଅଧିକାର ଯୋଗାଇ ଦିଆଯାଉଛି। ସେ ସମ୍ପର୍କରେ ଫୁଙ୍ଖାନୁପୁଙ୍ଖ ଅବଗତ ହୋଇ କିଭଳି ଜନ ସାଧାରଣ ଉପକୃତ ହୋଇପାରିବେ ସେ ସମ୍ପର୍କରେ ପ୍ରାଞ୍ଜଳ ଭାବେ ବୁଝାଇଥିଲେ। କର୍ମଶାଳାରୁ ଜନତା ଯାହାସବୁ ଶିଖିଲେ ଓ ସଚେତନ ହେଲେ ସେସବୁକୁ ଦୈନନ୍ଦିନ କାର୍ଯ୍ୟରେ ଲଗାଇବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ . ଅତିରିକ୍ତ ଜିଲ୍ଲାପାଳ ଲକ୍ଷ୍ମୀକାନ୍ତ ସେଠି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବା ସହ ସଂଯୋଜନା କରିଥିଲେ ।
ରିପୋର୍ଟ : କୃଷ୍ଣ କୁମାର ବେହେରା