

ଛତ୍ରପୁର (ସମୃଦ୍ଧ ଓଡିଶା) ଗତ ମଙ୍ଗଳବାର ଦିନ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଦଶମ ଶ୍ରେଣୀ ଶିଶୁମାନଙ୍କ ନିଷ୍କ୍ରମଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ୧୦୮ ହନୁମାନ ଚାଳିଶା ପାଠ କାର୍ଯ୍ୟକ୍ରମ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀରଘୁନାଥ ଦାଶ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ପ୍ରଧାନଚାର୍ଯ୍ୟ ରବୀନ୍ଦ୍ର ନାଥ ଦାଶ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଅନୁଷ୍ଠାନର ସଭାପତି ରଜନୀକାନ୍ତ ପଟ୍ଟନାୟକ ସଭାପତିତ୍ୱ କରିଥିବା ବେଳେ ବରିଷ୍ଠ ଆଚାର୍ଯ୍ୟ ଟି. ସୁରେଶ କୁମାର ଆଚାରୀ ସଂଯୋଜନା କରିଥିଲେ । ସଂସ୍କୃତ ଆଚାର୍ଯ୍ୟ ଶ୍ରୀକାନ୍ତ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଗୁରୁଜୀ ଗୁରୁମାଙ୍କ ମେଧାବୀ ମାର୍ଗ ଦର୍ଶନ ସହ ଶିଶୁ ମାନଙ୍କ ଅଭିଭାଷଣ ରହିଥିଲା । ଏହି କାର୍ଯ୍ୟକ୍ରମ ଶେଷରେ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା । ଏଥିରେ ପରିଚାଳନା ସମିତିର ସମସ୍ତ ସଦସ୍ୟସଦସ୍ୟା ସହ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ । ଏଥିରେ ୯ମ ଓ ୧୦ମ ଶ୍ରେଣୀର ୨୫୦ ଜଣ ଶିଶୁ ଉପସ୍ଥିତ ରହିଥିଲେ ବୋଲି ପ୍ରଧାନଚାର୍ଯ୍ୟ ରବୀନ୍ଦ୍ର ନାଥ ଦାଶ ଜଣାଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

