

ଛତ୍ରପୁର (ସମୃଦ୍ଧ ଓଡିଶା) ସୁରତ ଠାରେ ଓଡ଼ିଶା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ବର୍ଷ ପରି ଏହି ବର୍ଷ ମଧ୍ୟ ଜାକଜକମରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇ ପାଳିତ କରାଯାଇଛି । ଏଥିରେ ଓଡ଼ିଶାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହାସହ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଗଂଜାମ ଜିଲ୍ଲାର ସମସ୍ତ ସାଂସଦ ଓ ବିଧାୟକ/ବିଧାୟିକା ଗଣ ତଥା ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ଆସ୍କା ସାଂସଦ ପ୍ରମିଳା ବିଷୋୟୀ ଯୋଗ ଦେଇଥିଲେ । ଏହି ଅବସରରେ ସୁରତର ବହୁ ପ୍ରବାସୀ ଓଡ଼ିଆ ମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

