ଭୁବନେଶ୍ୱର (ସମୃଦ୍ଧ ଓଡିଶା) ସେପ୍ଟେମ୍ବର ମାସ ପାଇଁ ରାଜ୍ୟରେ ନୂଆ କୋଭିଡ୍ ଗାଇଡଲାଇନ୍ ନେଇ ପ୍ରେସବାର୍ତ୍ତା ଜରିଆରେ ସୂଚନା ଜାରି କରିଛନ୍ତି ଏସ୍ଆରସି ପ୍ରଦୀପ ଜେନା । ନୂଆ ଗାଇଡଲାଇନ୍ ଅନୁଯାୟୀ ସେପ୍ଟେମ୍ବର ୧ ତାରିଖରୁ ଅକ୍ଟୋବର ୧ ତାରିଖ ଯାଏଁ କୋଭିଡ୍ ନିୟମ ବଳବତ୍ତର ରହିବ । ରାଜ୍ୟର ୩ ସହରରେ ଲାଗୁ ହୋଇଥିବା ସପ୍ତାହାନ୍ତ ସଟ୍ଡାଉନ୍କୁ ହଟାଯାଇଛି । ଏଣିକି କୌଣସି ସହରାଞ୍ଚଳ କିମ୍ବା ଗ୍ରାମାଞ୍ଚଳରେ ସପ୍ତାହାନ୍ତ ସଟ୍ଡାଉନ୍ ଲାଗୁହେବ ନାହିଁ । ବିବାହ କାର୍ଯ୍ୟରେ ଏଣିତି ୨୫୦ ଜଣ ଉପସ୍ଥିତ ରହିପାରିବେ । ଏହା ସହିତ ସୁଦ୍ଧି କ୍ରିୟାରେ ମଧ୍ୟ ୨୫୦ ଜଣ ରହିବା ନେଇ ଗାଇଡଲାଇନ୍ ଜାରି କରିଛନ୍ତି ଏସ୍ଆର୍ସି ପ୍ରଦୀପ ଜେନା । ପୂର୍ବରୁ ବିବାହ ଏବଂ ଅନ୍ତେଷ୍ଟି କ୍ରିୟାରେ ଅତିବେଶିରେ ୫୦ ଜଣ ଉପସ୍ଥିତ ରହିବା ନେଇ ନିୟମ ରହିଥିଲା । ରାଜ୍ୟରେ ଏଣିକି ସକାଳ ୫ଟାରୁ ରାତି ୧୦ଟା ଦୋକାନ ବଜାର ଖୋଲା ରହିପାରିବ । ସେପ୍ଟେମ୍ବର ଗାଇଡଲାଇନ୍ ଅନୁଯାୟୀ ରାତି ୧୦ଟାରୁ ଭୋର ୫ଟା ଯାଏଁ ରାଜ୍ୟର ସମସ୍ତ ପୌରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଜାରି ରହିବ । କେବଳ ଜରୁରୀ ସେବା ବ୍ୟତିତ ସାଧାରଣ ଯାଆସ ଉପରେ କଟକଣା ବଳବତ୍ତର ରହିବ । ପୂର୍ଣ୍ଣ କ୍ଷମତାରେ ଚାଲିପାରିବ ସିନେମା ହଲ । ରେଷ୍ଟୁରାଣ୍ଟ, ମଲ, ସିନେମା ହଲ, ଧାର୍ମିକ ସ୍ଥଳୀ କରୋନା କଟକଣା ପୂର୍ବଭଳି ରହିବ । ତେବେ ଯଦି କୌଣସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧିପାଏ ତେବେ ସ୍ଥାନୀୟ ପ୍ରଶାସନ ଚାହିଁଲେ ସାନି କଟକଣା ଲାଗୁ କରିପାରିବେ । ଏହି ନୂଆ ଗାଇଡଲାଇନ ଆସନ୍ତା ଅକ୍ଟୋବର ୧ ତାରିଖ ଯାଏ ଜାରି ରହିବ । ଲୋକମାନଙ୍କ ଜବୀନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡଲାଇନ ଜାରି କରିଛନ୍ତି ।
ରିପୋର୍ଟ : ନିମାଇଁ ଚରଣ ପଣ୍ଡା