

ଢେଙ୍କାନାଳ (ସମୃଦ୍ଧ ଓଡିଶା) ସ୍ଵେଚ୍ଛାସେବୀ ଅନୁଷ୍ଠାନ ‘ପ୍ରୟାସ’ ପକ୍ଷରୁ ଅଷ୍ଟାଦଶ ରାବଣ ପୋଡି ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଣ୍ଡିତ ଡ଼ଃ ଅନ୍ତର୍ଯ୍ୟାମୀ ମିଶ୍ର, ଭାଷା ବିଜ୍ଞାନୀ ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ବାଗ୍ନି ଶ୍ରୀରାମାୟଣି ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ବକ୍ତା ଓ ପ୍ରବଚକ ତଥା ବିଶ୍ୱହିନ୍ଦୁ ପରିଷଦ ରାଜ୍ୟ ଉପସଭାପତି ପଣ୍ଡିତ ମହେଶ କୁମାର ସାହୁ ଯୋଗ ଦେଇଥିଲେ । ଏହାସହ ପ୍ରୟାସ ଅନୁଷ୍ଠାନର ପ୍ରମୁଖ ପୁରୋଧା ପୁରୁଷୋତ୍ତମ ପାତ୍ର, ମଞ୍ଚ ସଞ୍ଚାଳନ ସତ୍ୟନାରାୟଣ କର ତଥା ପ୍ରୟାସ ଅନୁଷ୍ଠାନର ସମସ୍ତ କାର୍ଯ୍ୟକର୍ତ୍ତାଙ୍କ ସମେତ ଗଣମାଧ୍ୟମର ପ୍ରତିନିଧି ମାନେ ଅଂଶ ଗ୍ରହଣ କରିଥିଲେ । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା ।
ରିପୋର୍ଟ : ଶୁଭମ କୁମାର ପାଣି



