ଭୁବନେଶ୍ୱର(ସମୃଦ୍ଧ ଓଡିଶା)ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ସେହିପରି ଏହାର ପରବର୍ତ୍ତୀ ୩ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁସାରେ ଆସନ୍ତାକାଲି ସକାଳ ୮.୩୦ ସୁଦ୍ଧା କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରି ପାରେ। ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।ଆସନ୍ତା କାଲି ଅର୍ଥାତ ୧୨ ତାରିଖରେ ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ରାୟଗଡ଼ ଓ ଜଗତପତି ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ଅଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।୧୩ ତାରିଖରେ ଅନୁଗୋଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସିଏମ୍ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ଦେବଗଡ଼, ସମ୍ୱଲପୁର, ସୋନପୁର, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ରିପୋର୍ଟ : ରଜତ ମହାପାତ୍ର