ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗତକାଲି ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବନ୍ତ ବ୍ଲକର ଆଗରପଡା ଠାରେ ବ୍ଲକ ସ୍ତରୀୟ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗ ଦେଇଥିଲେ । ଏହାସହ ବ୍ଲକ ବିଜେଡ଼ି ସଭାପତି କମଳାକାନ୍ତ ସାହୁଙ୍କ ସଭାପତିତ୍ବରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ, ଧାମନଗର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଜିଲ୍ଲା ସଭାପତି ଜଗନ୍ନାଥ ସ୍ୱାଇଁ, ସ୍ଥାନୀୟ ଜିଲ୍ଲା ପରିଷଦ ସଭ୍ୟ ପ୍ରଶାନ୍ତ ଦାଶ, ରେବତୀ ନାୟକ, ଜୋନ ସଭାପତି କାହ୍ନୁଚରଣ ଦାସ, ସମ୍ପାଦକ ଅଶୋକ ପାଣିଗ୍ରାହୀ, ସରପଞ୍ଚ ଅଶୋକ ଦାସ, ଛାତ୍ର ବିଜେଡ଼ି ନେତା ବିଶ୍ୱଜିତ ଜେନା ଓ ଅନ୍ୟାନ୍ୟ କର୍ମୀମାନେ ଉପସ୍ଥିତ ହୋଇ ସରକାରଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହାପରେ ଛାତ୍ର ବିଜେଡ଼ି ନେତା ବିଶ୍ୱଜିତ ଜେନା ଓ ବିଧାୟକ ପ୍ରଫୁଲ୍ଲ ସାମଲ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ, ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଆଲୋକପାତ କରିବା ସହ ମୋ ସରକାର କାର୍ଯ୍ୟକାରିତା ଉପରେ ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ବିଜେଡି କର୍ମୀଙ୍କ ସମେତ ଗ୍ରାମବାସୀ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ