ବ୍ରହ୍ମପୁର (ସମୃଦ୍ଧ ଓଡିଶା) ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ଅବସରରେ ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯିବ । ସନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ । ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଓରିଆ, ଖିରି ଆଦି ରୋଷଇ ଘରୁ ଆସି ଅଣସର ପିଣ୍ଡିରେ ରଖାଯିବ । ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ । ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପଣ୍ଡା, ପତି ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ । ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣ କରି ଗର୍ଭ ଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ । ସେହିପରି ଆଜି ଏଭଳି ପବିତ୍ର ଉତ୍ସବକୁ ବ୍ରହ୍ମପୁରରେ କରୋନା ଯୋଗୁଁ ବିନା ଭକ୍ତରେ ମନ୍ଦିରରେ ପୂଜା ଅର୍ଚ୍ଚନା କରାଯାଇଥିଲା ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା