ଆଞ୍ଚଳିକ ବିକାଶ ପରିଷଦ ଓ ବ୍ରହ୍ମପୁର ସବୁଜ ବାହିନୀ ପକ୍ଷରୁ ରକ୍ତଦାନ ଶିବିର…

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ଆଞ୍ଚଳିକ ବିକାଶ ପରିଷଦ ଓ ବ୍ରହ୍ମପୁର ସବୁଜ ବାହିନୀର ମିଳିତ ଆନୁକୂଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ”ଆସନ୍ତୁ ଗଢିବା ରକ୍ତ ସମ୍ପର୍କ” ଶୀର୍ଷକରେ ନାମିତ କରି ଉଭୟ ସଂଗଠନ ପକ୍ଷରୁ ରକ୍ତଦାନ ନିମନ୍ତେ ସଚେତନ ସୃଷ୍ଟି କରାଯାଇଥିଲା । ଏହି ରକ୍ତଦାନ ଶିବିର ବ୍ରହ୍ମପୁର ରକ୍ତ ଭଣ୍ଡାର ପରିସରରେ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ କରୋନା ମହାମାରୀ ପ୍ରଭାବରୁ ରକ୍ତ ଭଣ୍ଡାରରେ ରକ୍ତ ଘୋର ଅଭାବ ଦେଖାଯାଇଛି । ଫଳରେ ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷ ଭାବେ ଗର୍ଭବତୀ ମହିଳା ଓ ଥାଲାସେମିଆ ରୋଗୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ଅସୁବିଧାକୁ କିଛି ମାତ୍ରାରେ ହ୍ରାସ କରିବା ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । କାର୍ଯ୍ୟକ୍ରମର ମୁଖ୍ୟ ଉର୍ଦ୍ଦେଶ୍ୟ ହେଉଛି ନୂତନ ରକ୍ତ ଦାତା ସୃଷ୍ଟି କରିବା ଏବଂ ରକ୍ତଦାତାମାନେ ରକ୍ତଦାନ କେନ୍ଦ୍ରକୁ ଆସି ରକ୍ତଦାନ କରିବେ । ଆଜିର ଶିବିରରେ ସମୁଦାୟ ୧୬ ଗୋଟି ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ସେଥିମଧ୍ୟରୁ ଜଣେ ପ୍ରଥମ ଥର ରକ୍ତ ଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସବୁଜ ବାହିନୀର ସଭାପତି ଶିବରାମ ପାଣିଗ୍ରାହୀ ଓ ଆଞ୍ଚଳିକ ବିକାଶ ପରିଷଦର ସଭାପତି ସାଗର କୁମାର ପାତ୍ରଙ୍କ ସଂଯୋଜନାରେ ରକ୍ତ ଭଣ୍ଡାରର ଡା.ରଶ୍ମିତା ପାଣିଗ୍ରାହୀ ଓ ସୁସ୍ମିତା ବେହେରା ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ରକ୍ତ ସଂଗ୍ରହରେ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଷ୍ଣୁ ପ୍ରସାଦ ଦାସ, ସତ୍ୟ ନାରାୟଣ ଦାସ, ସଂପାଦକ ବିଜେନ୍ଦ୍ର ମାଝୀ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବିଶ୍ୱ ବ୍ୟାପି କରୋନା ମହାମାରୀ ପ୍ରଭାବ ଥିଲା ବେଳେ ଏଭଳି ନିଆରା ରକ୍ତ ଦାନ ଶିବିର ଆୟୋଜିତ କରି ରକ୍ତ ଅଭାବକୁ ଦୂର କରିବା ପ୍ରୟାସକୁ ସାଧାରଣ ମହଲରେ ପ୍ରଶଂସା କରାଯାଇଛି । ଆଜିର ଶିବିରରେ ଗୁଣ୍ଠବନ୍ଧ ଆଞ୍ଚଳିକ ବିକାଶ ପରିଷଦର ରାକେଶ ବିଷୋୟୀ, ସିଲୁ ମହାନ୍ତି, ସୁଦର୍ଶନ ବେହେରା, ସନ୍ତୋଷ ପାତ୍ର, ବାସୁଦେବ ଜେନା, ଆକାଶ ବେହେରା, ଅଜିତ ମହାଙ୍କୁଡ, ଶିବରାମ ବେହେରା, ନୂତନ ବିଷୋୟୀ, ବିଜେନ୍ଦ୍ର ମାଝୀ, ସାଗର ପାତ୍ର, ଲିକୁ ଗୈ।ଡ଼, ବଳରାମ ରାଉତ, ବ୍ରଜ କିଶୋର ସାହୁ, ସାଇ ସାହୁ ପ୍ରମୁଖ ରକ୍ତଦାନ କରିଥିଲେ ।

ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା