ଛତ୍ରପୁର (ସମୃଦ୍ଧ ଓଡିଶା) ଆବାସିକ ସ୍ୱତନ୍ତ୍ର ବିଦ୍ୟାଳୟର ୨୦ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଛତ୍ରପୁର ସ୍ଥିତ ସମର୍ଥ ଅନୁଷ୍ଠାନ ପରିସରରେ ଅନୁଷ୍ଠାନର ଅଧ୍ୟକ୍ଷ କେ.ଆନନ୍ଦ ରାଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କରାଯାଇଥିଲା । ଏଥିରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମର୍ଥର କାର୍ଯ୍ୟକୁ ପ୍ରଶଂସା କରିଥିଲେ । ସାମାଜିକ ସୁରକ୍ଷା ଅଧିକାରୀ ସନ୍ୟାସୀ କୁମାର ବେହେରା ମୁଖ୍ୟବକ୍ତା ଭାବେ ଯୋଗଦେଇ ଚଳିତ ବର୍ଷ ରାଜ୍ୟ ୫୨ଟି ସ୍ୱତନ୍ତ୍ର ବିଦ୍ୟାଳୟ ଓ ଗୋଟିଏ ସ୍ୱତନ୍ତ୍ର ମହାବିଦ୍ୟାଳୟକୁ ଅନୁଦାନ କରିଥିବା ସୂଚନା ଦେଇଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ଃ ବିଜୟ କୁମାର ପାଣିଗ୍ରାହୀ, ସମାଜସେବୀ ସୁଧୀର କୁମାର ପଟ୍ଟନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ କୁମାର ମହାରଣା ଯୋଗଦେଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ସମର୍ଥର ଭିନ୍ନକ୍ଷମ ଛାତ୍ରଛାତ୍ରୀ ଓ ବ୍ରହ୍ମପୁର ଅନ୍ଧପସରା ରୋଡ଼ ସ୍ଥିତ ଦୃଷ୍ଟିହୀନ କଳାକାରଙ୍କ ଦ୍ୱାରା ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହାସହ କୃତି ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା