ଛତ୍ରପୁର (ସମୃଦ୍ଧ ଓଡିଶା) ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତରେ ଆସି ରଙ୍ଗେଇଲୁଣ୍ଡା ଏୟାରପୋର୍ଟରେ ଅନୁଷ୍ଠିତ ଚାଷୀ ସମାବେଶରେ ଯୋଗଦାନ କରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି । ଏହି ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାର ୨୫,୦୦୦ ଚାଷୀଙ୍କୁ ବିଭିନ୍ନ ଯୋଜନାରେ ଉପକରଣ ବଣ୍ଟନ କରିବା ସହ ୨୩୧ଟି ପ୍ରକଳ୍ପର ଉଦଘାଟନ ଓ ୪୮ଟି ପ୍ରକଳ୍ପର ଶିଳାନ୍ୟାସ କରିବେ । ମୋଟ ୧୦୧୧ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ଥିବା ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଛତ୍ରପୁରଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା