

ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ପାରଳାଖେମୁଣ୍ଡି ସଦରମୋହକୁମାରେ ଥିବା ଏଚ.ଡି.ଏଫ.ସି. ବ୍ୟାଙ୍କ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ମୂଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ । ଏଚ.ଡି.ଏଫ.ସି.ବ୍ୟାଙ୍କର ଶାଖା ପରିଚାଳକ ସୁଶାନ୍ତ କୁମାର ସାହୁ ଏଥିରେ ଅଧ୍ୟକ୍ଷତା କରିଥିଲେ । ଏହି ରକ୍ତଦାନ ଶିବିରରେ ୪୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ବ୍ୟାଙ୍କର ଗ୍ରାହକ କର୍ମଚାରୀମାନେ ଏହି ଶିବିରରେ ରକ୍ତଦାନ କରିଥିଲେ । ରକ୍ତ ସଂଗ୍ରହ କାର୍ଯ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଡ୍ର: ଏମ୍. ରାମଲକ୍ଷ୍ମୀ, ଖଗେଶ୍ୱର ବେହେରା ସମତେ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହି ଏହି ରକ୍ତ ସଂଗ୍ରହ କାର୍ଯ୍ୟ ସୁଚାରୁ ରୂପେ ତୁଲାଇଥିଲେ ।
ରିପୋର୍ଟ : କୃଷ୍ଣ କୁମାର ବେହେରା


