ବ୍ରହ୍ମପୁର (ସମୃଦ୍ଧ ଓଡିଶା) ବ୍ରହ୍ମପୁର ସ୍ଥିତ ସଞ୍ଜୟ ସ୍ମାରକୀ ବୈଷୟିକ ଶିକ୍ଷା ଅନୁଷ୍ଠାନ (ଏସଏମଆଇଟି) ତରଫରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଇ ମାସ ୨୭ ତାରିଖ ବୁଧବାର ଦିନ କନିସି ସ୍ଥିତ ନବଜୀବନ ବାଳାଶ୍ରମର ଅନ୍ତେବାସୀଙ୍କୁ ବସ୍ତ୍ର ବଣ୍ଟନ କରାଯାଇଛି । ଅନୁଷ୍ଠାନର ସଭାପତି ତଥା ଗଞ୍ଜାମ ଜିଲ୍ଲା ବିଜେଡ଼ି ଉପସଭାପତି ଡ଼. ଭଗବାନ ଗନ୍ତାୟତ ବାଳାଶ୍ରମର କର୍ମଚାରୀଙ୍କ ଉପସ୍ଥିତିରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ତେବାସୀମାନଙ୍କୁ ବସ୍ତ୍ର ବଣ୍ଟନ କରିଥିଲେ । ଏସଏମଆଇଟି ଅନୁଷ୍ଠାନ ତରଫରୁ ପ୍ରତିବର୍ଷ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଉଅଛି । ଏହି କାର୍ଯ୍ୟକ୍ରମରେ ପରିଚାଳିକା ଏସ. ମିନତୀ ରାଓ, ଜାମୁଲା ଶଙ୍କର ନାରାୟଣ, ଇଂ. ଶାନ୍ତନୁ ପାତ୍ର, ପ୍ରଶାନ୍ତ କୁମାର ଚୋୖଧୁରୀ ପ୍ରମୁଖ ଯୋଗଦାନ କରିଥିଲେ । ସାଧାରଣରେ ଏସଏମଆଇଟିର ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରାଯାଇଛି ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା