

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଏସଏମଆଇଟି ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ଦ୍ୱାରା ଚଣ୍ଡିପଦର ଠାରେ ସ୍ଥାପିତ ବୃନ୍ଦାବନ ନାୟକ ଇଂଲିସ ମିଡିୟମ ସ୍କୁଲ ପରିସର ମଧ୍ୟରେ ଫେବୃଆରୀ ୨୩ ତାରିଖ ଶନିବାର ଦିନ ଅନୁଷ୍ଠାନର ସଭାପତି ଡ଼. ଭଗବାନ ଗନ୍ତାୟତଙ୍କ ଅଧ୍ୟକ୍ଷତାରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଡ଼. ଗନ୍ତାୟତ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ୱର୍ଗତ ବୃନ୍ଦାବନ ନାୟକଙ୍କ ଗୁଣଗାନ କରି କହିଥିଲେ ଯେ, ଏହି ଅଞ୍ଚଳର କର୍ମବୀର ସ୍ବର୍ଗତ ବୃନ୍ଦାବନ ନାୟକଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଏସଏମଆଇଟି ପ୍ରତିଷ୍ଠାନ ଦ୍ୱାରା ଏଠାରେ ଇଂଲିସ ମିଡିୟମ ସ୍କୁଲ ୨୦୧୪ ମସିହାରେ ପ୍ରତିଷ୍ଠା କରାଯାଇ ଏହାର ନିଜସ୍ୱ ଜମି ଓ କୋଠାବାଡି, କୋମଳମତି ଛାତ୍ରଛାତ୍ରୀମାନଙ୍କ ପାଇଁ ଉପଯୁକ୍ତ ଶିକ୍ଷକ ଓ ସିବିଏସର ଶିକ୍ଷାଦାନ ପ୍ରଣାଳୀରେ ଶିକ୍ଷାଦାନ କରି ଆରମ୍ଭ କରାଯାଇଛି । ଯାହାଦ୍ୱାରା ଏହି ଅଞ୍ଚଳର ବହୁଦିନର ଆଶା ସଫଳ ହୋଇପାରିଛି । ଡ଼. ଗନ୍ତାୟତ କୋମଳମତି ଶିଶୁମାନଙ୍କ ବିକାଶ ଓ ସେମାନଙ୍କ ଭବିଷ୍ୟତ ଉଜ୍ଜ୍ଵଳ କାମନା କରିଥିଲେ । ଆୟୋଜିତ ଉତ୍ସବାରେ ଅନୁଷ୍ଠାନର ସମ୍ପାଦକ ଜାମୁଲା ଶଙ୍କର ନାରାୟଣ ଓ ଯୁଗ୍ମ ସମ୍ପାଦକ ପ୍ରମୋଦ କୁମାର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଉଦବୋଧନ ଦେଇଥିବା ବେଳେ ଅତିଥି ଭାବେ ଡିଗ୍ରୀ ଇଂଜିନିୟରିଂ କଲେଜର ଅଧ୍ୟକ୍ଷ ଡ଼. ଜଗନ୍ନାଥ ସାହୁ ଯୋଗ ଦେଇଥିଲେ । ସ୍କୁଲର ଅଧ୍ୟକ୍ଷା ଶ୍ରୀମତୀ ମମତା ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ । ଅନୁଷ୍ଠାନର ଶିକ୍ଷକ ଭଗବାନ ପାଣିଗ୍ରାହୀ, ପ୍ରେମଲତା ସାହୁ, ସୁଦଷ୍ଟା ସାହୁ, ସଂଘମିତ୍ରା ଦାସ, ବିଜୟଲକ୍ଷ୍ମୀ ପଣ୍ଡା, ମାଧୁରୀ ଚୋୖଧୁରୀ, ବିଜୟ ବେହେରା, ତୃପ୍ତିରାଣୀ ପଣ୍ଡା, ସୁଧାଂଶୁ ଶେଖର ବିଶ୍ୱାଳ ପ୍ରମୁଖ ଉତ୍ସବକୁ ପରିଚାଳନାରେ ସହାୟତା କରିଥିଲେ । ଅନୁଷ୍ଠାନର କୃତି ଛାତ୍ରଛାତ୍ରୀମାନେ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲେ । ପରିଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା, ରବି ପଟ୍ଟନାୟକ





