

ଦିଗପହଣ୍ଡି (ସମୃଦ୍ଧ ଓଡିଶା) ଆଜି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ କୁଶପଡା ପଞ୍ଚାୟତର କେଦାରପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୨ତମ ବନ ମହୋତ୍ସବ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ପ୍ରଥମତଃ, କେଦାରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରକୃତି ବନ୍ଧୁ, ପ୍ରକୃତି ମିତ୍ର ପୁରସ୍କାର ପ୍ରାପ୍ତ ତଥା ପ୍ରଧାନଶିକ୍ଷକ ଗୋପୀନାଥ ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ ବନ ମହୋତ୍ସବରେ ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା, ଏବିଇଓ ରସାନନ୍ଦ ଘଡେ଼ଇ, ଦିଗପହଣ୍ଡି ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି ଏମ୍. ନିରଞ୍ଜନ ରେଡ୍ଡୀ, ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ କାହ୍ନୁଚରଣ ପଟ୍ଟନାୟକ, ସିଆରସିସି ସ୍ୱୟଂପ୍ରଭା ପଟ୍ଟନାୟକ, ନାଏବ ସରପଞ୍ଚ ପ୍ରତିନିଧି ଆର୍. ଦେବହରି ଦୋରା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି କୁରେଶୁ ରଣାଙ୍କ ଉପସ୍ଥିତିରେ ପ୍ରଥମେ ପରିବେଶ ସୁରକ୍ଷା ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହେବା ପରେ ୧୫୦ ଗୋଟି ବିଭିନ୍ନ କିସମର ବୃକ୍ଷରୋପଣ କାର୍ଯ୍ୟ ଆରମ୍ଭ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଦ୍ବିତୀୟ ପର୍ଯ୍ୟାୟରେ ୯୦ ଗୋଟି ପୋଷାକ ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଏଲ୍. କୃଷ୍ଣମୂର୍ତ୍ତୀ ଦୋରା, ରାମଚନ୍ଦ୍ର ସେଠୀ, ପ୍ରଭାକର ଘଡେ଼ଇ ସମେତ ଶିକ୍ଷୟିତ୍ରୀ ଶୁଭଶ୍ରୀ ସାହୁ ଓ ଛାତ୍ରଛାତ୍ରୀ ପରିଚାଳନା କରିବାରେ ସହଯୋଗ ପ୍ରଦାନ କରିଥିଲେ ।
