

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ୍ ଅନ୍ତର୍ଗତ କୋଙ୍କରଡ଼ା ଗ୍ରାମର ତଳସାହି ଗୋଷ୍ଠୀ କେନ୍ଦ୍ରକୁ ବିଧାୟକ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଉଦଘାଟନ କରାଯାଇଛି । ଏହି ଅବସରରେ କୋଙ୍କରଡା ଗ୍ରାମରେ ବିଧାୟକ ଶ୍ରୀକାନ୍ତ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହାପରେ ବିଧାୟକ ସମସ୍ତ ଜନସାଧାରଣଙ୍କ ନିକଟକୁ ଯାଇ ଆର୍ଶୀବାଦ ଭିକ୍ଷା କରିଥିଲେ । ଏହି କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ଅଧ୍ୟକ୍ଷ, ସରପଞ୍ଚ, ସମିତି ସଭ୍ୟ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଗ୍ରାମବାସୀମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

