

ବୁଗୁଡା (ସମୃଦ୍ଧ ଓଡିଶା) ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ସାରା ରାଜ୍ୟରେ ଅଗଷ୍ଟ ୫ ତାରିଖ ସନ୍ଧ୍ୟା ୬ ଘଣ୍ଟା ସମୟରେ କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ ବୁଗୁଡା ଶ୍ରୀଶ୍ରୀ ବିରଞ୍ଚିନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ କୋଭିଡ ଯୋଦ୍ଧାଙ୍କ ସମ୍ମାନର୍ଥେ ବୁଧବାର ଦିନ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ନିରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ଶିକ୍ଷକ ଓ ଶିକ୍ଷୟିତ୍ରୀ ଯୋଗେଶ୍ୱର ଦୋରା, ଜଗନ୍ନାଥ ସୁତାର, ବିଳାସ କୁମାର ପୋଲାଇ, ରବୀନ୍ଦ୍ର ବରିହା, ଅମୀୟ କୁମାର ଭୂୟାଁ, କାଦମ୍ବିନୀ ପାଣିଗ୍ରାହୀ, ଲକ୍ଷ୍ମୀପ୍ରିୟା ବେହେରା, ସଂଘମିତ୍ରା ରଥ, ସୁକାନ୍ତି ରାଜଗୁରୁ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଡ଼. କୁମୁଦ ଚନ୍ଦ୍ର ବେହେରା