

ପୋଲସରା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ଭାମସିଆଳି ଗ୍ରାମର ମନ୍ମଥ ସାସମଲ +୩ ଛାତ୍ର କୋରାପୁଟ କୋଲାବ ଡେମରେ ଗତକାଲି ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି । ତେଣୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଗ୍ରାମକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ଦଶ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି ଏବଂ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ବିଧାୟକ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିବା ଜଣାପଡିଛି ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
