ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଖଲ୍ଲିକୋଟ ସ୍ୱୟଂଶାସିତ ମହାବିଦ୍ୟାଳୟ ଏକକ ବିଶ୍ୱ ବିଦ୍ୟାଳୟ ଭାବେ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ସଚିବ ଶାଶୂତ ମିଶ୍ର, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ଓଡିଶା କଠାବାଡି ଓ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧକ୍ଷ ଡ. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଅତିଥି ଭାବେ ଯୋଗ ଦେଇଥିଲେ । ଖଲିକୋଟ ଏକକ ବିଶ୍ୱ ବିଦ୍ୟାଳୟ କୁଳପତି ପ୍ରଫେସର ପ୍ରଫୁଲ କୁମାର ମାହାନ୍ତି ବକ୍ତବ୍ୟରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷା ତଥା ବିଶ୍ଵ ବିଦ୍ୟାଳୟର କୁଳ ସଚିବ ଉତମା ଜେନା ଏହି କାର୍ଯ୍ୟକ୍ରମରେ ସଭାପତିତ୍ବରେ କରିଥିଲେ । ସେହିପରି ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର କୁଳପତି ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣି ମଞ୍ଚାସିନ ଥିଲେ । ଶେଷରେ ଡ. ସିଦ୍ଧାର୍ଥ ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ । ଛତ୍ରପୁର କଲେଜର ପ୍ରିନ୍ସପାଲ କିଶୋର ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣାର ଜୀବନ୍ତ ପ୍ରତିଛବି ପାଇଲା ଖଲ୍ଲିକୋଟ ସ୍ୱୟଂଶାସିତ ମହାବିଦ୍ୟାଳୟ । ବିଧିବଦ୍ଧ ଭାବେ ଅଗଷ୍ଟ ୧ରୁ ଖଲିକୋଟ କଲେଜରୁ ଏହା ଏକକ ବିଶ୍ୱବିଦ୍ୟାଳୟରେ ପରିଣତ ହୋଇଛି । ତେଣୁ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା