

ଦିଗପହଣ୍ଡି (ସମୃଦ୍ଧ ଓଡିଶା) ଦିଗପହଣ୍ଡି ଷ୍ଟାଡିୟମ ଠାରେ ଖେମୁଣ୍ଡି ମହୋତ୍ସବ ଉଦଯାପିତ ହୋଇଯାଇଛି । ଏଥିରେ ଓଡ଼ିଶାର ମାନ୍ୟବର ବାଚସ୍ପତି ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲା ବେଳେ ବ୍ରହ୍ମପୁର ଲୋକସଭା ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ ରମେଶ ଚନ୍ଦ୍ର ଜେନା, ଗଞ୍ଜାମ ଜିଲ୍ଲାର ସମସ୍ତ ବିଧାୟକ/ବିଧାୟିକା ଗଣ ଏବଂ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଗଂଜାମ ଜିଲା ପରିଷଦ ଅଧକ୍ଷାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା ଓ ଆଶୁତୋଷ ପଟ୍ଟନାୟକ

