

ପାରଳାଖେମୁଣ୍ଡି (ସମୃଦ୍ଧ ଓଡିଶା) ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତ ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆଜି ସକାଳ ସମୟରେ ଏକ ସଚେତନତା ଶୋଭାଯାତ୍ରାକୁ ଗଜପତି ଜିଲ୍ଲାପାଳ ଅନୁପମ ଶାହା ଅନୁଷ୍ଠାନକ ଭାବେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଶୋଭାଯାତ୍ରାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ମାନେ ହାତରେ ପ୍ଳାକକାଡ ଧରି ବିଭିନ୍ନ ସ୍ଲୋଗାନ ମାନ ଦେଇ ସହର ପରିକ୍ରମା କରିଥିଲେ । ପୂବାହ୍ନ ୧୧ ଘଣ୍ଟା ସମୟରେ ଅତିରିକ୍ତ ଜିଲ୍ଲାପାଳ ସ୍ୱାଧାଦେବୀ ସିଂ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ନଂ-୪ ରେ ଏକ ପ୍ରାକୃତିକ ବିପର୍ଯ୍ୟୟର ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଗଜପତି ଜିଲ୍ଲାପାଳ ଅନୁପମ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସଂମ୍ପର୍କରେ ଉପସ୍ଥିତ ସମସ୍ତ ସରକାରୀ ଅଧିକାରୀ, ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ମାନଙ୍କୁ ଉଦ୍ ବୋଧନ ଦେବା ସହ ଜିଲ୍ଲାରେ ବିଗତ ବର୍ଷମାନଙ୍କରେ ଘଟିଯାଇଥିବା ପ୍ରାକୃତିକ ବିପର୍ଯ୍ୟୟ ସଂମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଚଞ୍ଚଳ ରାଣା, ମୁଖ୍ୟ ବକ୍ତାଭାବେ ମହିଳା ମହାବିଦ୍ୟାଳୟ ଯୁକ୍ତ ଦୁଇ ଅଧ୍ୟାପିକା ଶ୍ରୀମତୀ ଅମ୍ବିକା ଦେବି ପ୍ରମୁଖ ଯୋଗଦେଇ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ । ଏହି ଆଲୋଚନା ସଭାରେ ଜିଲ୍ଲା ଜରୁରି କାଳୀନ ଅଧିକାରୀ ତ.ସତ୍ୟସଂପଣ୍ଣା ରାଉତ ସ୍ୱାଗତ ଭାଷଣ ଓ ଧନ୍ୟବାଦ ପ୍ରଦାନ କରିଥିବା ବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ଅଚୁତାନନ୍ଦ ବସ୍ତିଆ ସମସ୍ତ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ସଭା କାର୍ଯ୍ୟକ୍ରମ ପ୍ରାରମ୍ଭରେ ୧୯୯୯ ମସିହାର ମହାବାତ୍ୟା ଓ ୨୦୧୮ରେ ଘଟିଯାଇଥିବା ତିତିଲି ବାତ୍ୟାରେ ପ୍ରାଣହରାଇ ଥିବା ବ୍ୟକ୍ତି ମାନଙ୍କର ଆତ୍ମାର ସଦ୍ ଗତି ନିମନ୍ତେ ୨ ମିନଟ ନିରବ ପ୍ରାଥନା କରାଯାଇଥିଲା । ଏହି ପ୍ରାକୃତିକ ବିପର୍ଯ୍ୟୟ ସଭାରେ ଉପ-ଜିଲ୍ଲାପାଳ ରଜନୀ କାନ୍ତ ସ୍ଵାଇଁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବିଚନ୍ଦ୍ର ନାୟକ, ପାରଳା ପୈଉରପରିଷଦ ଅଧିକାରୀ ଅଶୋକ କୁମାର ରାଉତ ଏବଂ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବୃଧୀଜିବୀ, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : କୃଷ୍ଣ କୁମାର ବେହେରା
