


ଛତ୍ରପୁର(ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଜିଲ୍ଲା ପରିଷଦ ଭବନରେ ଗୁରୁବାର ଜାଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସହରାଞ୍ଚଳ ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ଓ ମୌଳିକ ସୁବିଧା ବଣ୍ଟନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ଭୂମି ଅଧିକାର ପ୍ରମାଣ ପତ୍ର ବଣ୍ଟନର ରାଜ୍ୟସ୍ତରୀୟ ସମାରୋହକୁ ଉଦ୍ଘାଟନ କରିଥିଲେ। କାର୍ଯ୍ୟକ୍ରମରେ ୯ ଏନ୍ଏସିର ୨ଶହଙ୍କୁ ଏହି ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏମ୍ପି ଓ ବିଧାୟକମାନେ ଉପସ୍ଥିତ ଥିଲେ।
ରିପୋର୍ଟ:ନିମାଇଁ ଚରଣ ପଣ୍ଡା

