ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଗାୟତ୍ରୀ ଶକ୍ତି ପୀଠରେ ରକ୍ଷା ବନ୍ଧନ ଉତ୍ସବ ଓ ସଂଜୀବନୀ ସାଧନା ଆଗାମୀ ନଭେମ୍ବର ଠାରୁ ୧୨.୨୦୧୯ ପର୍ଯ୍ୟନ୍ତ ୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ଅବସରରେ ସଚେତନତା ତଥା ୭୩ତମ ସ୍ୱାଧୀନତା ଦିବସ ଅବସରରେ ଜାତୀୟ ପତାକା ଉତ୍ତୋଳନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାଷ ମହାରଣା, ପୂର୍ବତନ କର୍ପୋରେଟର ଗଣଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଓ ଗାୟତ୍ରୀ ପରିବାର ଗଣ, ୱାର୍ଡ ବାସିନ୍ଦା ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା