ଘୁର୍ଣ୍ଣିବଳୟ ପ୍ରଭାବରେ ହେବ ପ୍ରବଳ ବର୍ଷା:ସ୍ଥିତି ଉପରେ ନଜର ରଖିବାକୁ ସମସ୍ତ ଜିଲ୍ଲପାଳଙ୍କୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଚିଠି…

ଛତ୍ରପୁର (ସମୃଦ୍ଧ ଓଡିଶା) ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆଜିଠାରୁ ଆରମ୍ଭ ହୋଇ ତିନି ଦିନ ଯାଏଁ ପ୍ରବଳ ବର୍ଷିବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଥିବା ଜଣାପଡିଛି । ତେଣୁ ଘୁର୍ଣ୍ଣିବଳୟ ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ସ୍ଥିତିର ମୁକାବିଲା କରିବା ନିମନ୍ତେ ସମସ୍ତ ଜିଲ୍ଲାପାଳଙ୍କୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସ୍ଥିତି ଉପରେ ନଜର ରଖିବା ସହ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି । ଆଜି ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୪ ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଥିବା ଜଣାପଡିଛି । ଆସନ୍ତା ୨୫ ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, କଟକ, ବାଲେଶ୍ଵର, ଢେଙ୍କାନାଳ, ଯାଜପୁର ଓ ନୟାଗଡରେ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାର ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ରିପୋର୍ଟ : ଦକ୍ଷିଣାଞ୍ଚଳ ବ୍ୟୁରୋ ଚିଫ ନିମାଇଁ ଚରଣ ପଣ୍ଡା