

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ଅନସ୍ଲୋ ହାଇସ୍କୁଲର ବାର୍ଷିକ ଉତ୍ସବ ଡ଼ିଡ଼ିପି ବିନୀତା ସେନାପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ଡା. ପ୍ରିୟାଂଶୁ ପ୍ରଧାନ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବା ସହ ସୁନାଗରିକ ହେବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ମାର୍ଗଦର୍ଶନ କରାଇଥିଲେ । ମୁଖ୍ୟବକ୍ତା ଭାବେ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାଏ, ଛତ୍ରପୁର ବ୍ଲକ୍ ଅଧ୍ୟକ୍ଷ ଏମ. ଧନଞ୍ଜୟ ରେଡ୍ଡି, ଛତ୍ରପୁର ବିଇଓ ଅବିନାଶ ଶତପଥୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ, ସ୍କୁଲ କମିଟି ସଭାପତି ଦିଲୀପ କୁମାର ସାମଲ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ରାଧାକୃଷ୍ଣ ନାୟକ ସଂଯୋଜନା କରିଥିବା ବେଳେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା



