


ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ରୋଟାରୀ କ୍ଲବ ପକ୍ଷରୁ ସ୍ଥାନୀୟ ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ରବିବାର ସଂଧ୍ୟାରେ କ୍ଲବ ପରିସରରେ ଚାର୍ଟର ସଭାପତି ପ୍ରଫୁଲ୍ଲ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ମୂଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ । କ୍ଲବର ସଭାପତି ନିରଞ୍ଜନ ପାତ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ସଂପାଦକ ପ୍ରସନ୍ନ କୁମାର ପତି ଧନ୍ୟବାଦ ଅର୍ପଣ କରିଥିଲେ । ଏମ୍ ଧନଞ୍ଜୟ ରେଡୀ ଓ ଏସ୍ ରେଖା ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଉଭୟ ସାଂସଦ ଓ ବିଧାୟକଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । କ୍ଲବର ପୂର୍ବତନ ସଭାପତି ତଥା ଛତ୍ରପୁର ବ୍ଳକ ଅଧ୍ୟକ୍ଷ ଏମ୍ ଧନଞ୍ଜୟ ରେଡୀଙ୍କ ସମେତ ସମସ୍ତ ପୂର୍ବତନ ସଭାପତି ବୄନ୍ଦ ଯଥା ସୂର୍ଯ୍ୟ ନାରାୟଣ ସାମନ୍ତରାୟ, ଡାକ୍ତର ସାଧୁ ଚରଣ ମିଶ୍ର, ରମାକାନ୍ତ ପାଣିଗ୍ରାହୀ, ସୁରଜିତ ସାମନ୍ତରାୟ, ଏମ୍ ଵାସୁଦେବ ରାଓଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା । ଏହାସହ ଏହି ଅବସରରେ କ୍ଲବ ପକ୍ଷରୁ ହାତକୁ ନିଆଯାଇଥିବା ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ଵିଷୟରେ ସୂଚନା ପ୍ରଦାନ କରାଯିବା ସହ ମୁଖପତ୍ର “ପ୍ରେରଣା”କୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଥିଲା ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା










