

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ବିଜେପି ପକ୍ଷରୁ ସୁଶାସନ ଦିବସ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ସ୍ୱର୍ଗତ ଅଟ୍ଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ସ୍ଥାନୀୟ ପୁତିଗୋପାଳପୁର ସ୍ଥିତ କାର୍ଯ୍ୟାଳୟରେ ବିଜେପିର ଛତ୍ରପୁର ନିର୍ବାଚନ ମଣ୍ଡଳୀର ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କରଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଓକିଲ ସଂଘର ସଭାପତି ପ୍ରଦୀପ କୁମାର ପାଢୀ, ଛତ୍ରପୁର ମଣ୍ଡଳ ସଭାପତି ସଞ୍ଜିତ୍ କୁମାର ରାଉଳ, ସାଧାରଣ ସଂପାଦକ ଅମରେଶ କୁମାର ମହାରଣା, ଡି.ସୁରେଶ ରେଡ୍ଡୀ, ଛତ୍ରପୁର ମଣ୍ଡଳ ପ୍ରଭାରୀ ଲକ୍ଷ୍ମୀ ନାରାୟଣ ପଣ୍ଡା, ପୂର୍ବତନ ଏନଏସି ଉପାଧ୍ୟକ୍ଷ ବସନ୍ତ କୁମାର ବେହେରାଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀମାନେ ଯୋଗଦେଇ ବାଜପେୟୀଙ୍କ ସ୍ମୃତିଚାରଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

