ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ମହାତ୍ମାଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ପାଳିତ…

ଛତ୍ରପୁର (ସମୃଦ୍ଧ ଓଡିଶା) ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ମହାତ୍ମାଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଲକ୍ଷ୍ମୀକାନ୍ତ ସେଠିଙ୍କ ପୌରହିତ୍ୟରେ ଅନୁଷ୍ଠିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଯୋଗଦେଇ ମହାତ୍ମାଗାନ୍ଧୀଙ୍କ ଗୁଣଗାନ କରିଥିଲେ । ଏହାସହ ମୁଖ୍ୟବକ୍ତା ଭାବେ ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ମେଜର ରମାରମଣ ପାଢ଼ୀ, ସମ୍ମାନିତ ଅତିଥି ଭାବେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ.ଧନଞ୍ଜୟ ରେଡ୍ଡୀ, ଅବସରପ୍ରାପ୍ତ ସଂସ୍କୃତି ବିଭାଗର ସହନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ନିଶଙ୍କ, ଓଡ଼ିଶାର ଯୁବ ରେଡ଼କ୍ରସ ଅଧିକାରୀ ଡ଼.ଅଜୟ କୁମାର ତ୍ରିପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଟଙ୍କଧର ଭୋଇ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିରଞ୍ଚି ନାରାୟଣ ପ୍ରଧାନ ପ୍ରମୁଖ ଯୋଗଦେଇ ମହାତ୍ମାଗାନ୍ଧୀଜୀଙ୍କ ବିଭିନ୍ନ ଦିଗ ଉପରେ ଭାଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରାରମ୍ଭରେ ଜିଲ୍ଲା ଗ୍ରନ୍ଥାଗାରୀକ ଅମୀୟ କୁମାର ଧଳ ସ୍ୱାଗତ ଭାଷଣ ଦେବାସହ ଅତିଥି ପରିଚୟ ପ୍ରଦାନ କରିଥିଲେ । କବି ତଥା ପ୍ରଧାନଶିକ୍ଷକ ଅଜିତ କୁମାର ସେଠିଙ୍କ ସମେତ ତାଙ୍କ ପ୍ରତିନିଧି ଦଳ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ଶେଷରେ କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା ।

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା