

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ସିଟି ହାଇସ୍କୁଲ ବ୍ରହ୍ମପୁର ଠାରେ ଗଂଜାମ ଜିଲ୍ଲାର ପର୍ଯ୍ୟଟନ ବିଭାଗ ଦ୍ଵାରା ଆୟୋଜିତ ଜିଲ୍ଲା ସ୍ତରୀୟ ବତକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ ସନାତନ ପଣ୍ଡା ଯୋଗଦେଇ ଏହାର ଶୁଭ ଉଦଘାଟନ କରିଥିଲେ । ଏହାସହ ଏହି କାର୍ଯ୍ୟକ୍ରମରେ ବିଚାରକ ଭାବେ ରାଜ୍ୟ ପୁରସ୍କୃତ ପ୍ରଧାନ ଶିକ୍ଷକ ବିରୁପାକ୍ଷ ଦାଶ, ଡ ସୀମାଞ୍ଚଳ ନାହକ ଓ ବିଜୟ କୁମାର ପାଣିଗ୍ରାହୀ ଯୋଗ ଦେଇଥିଲେ ।
ରିପୋର୍ଟ : ଦକ୍ଷିଣାଞ୍ଚଳ ବ୍ୟୁରୋ ଚିଫ ନିମାଇଁ ଚରଣ ପଣ୍ଡା

