

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର ଠାରେ ଜିଲ୍ଲା ସ୍ତରୀୟ ମହାତ୍ମା ଗାନ୍ଧିଙ୍କ ୧୫୧ ତମ ଜୟନ୍ତୀ ଓ ଲାଲ୍ ବାହାଦୂର ଶାସ୍ତ୍ରିଙ୍କ ୧୧୬ ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଛତ୍ରପୁର ସ୍ଥିତ ସ୍ବାଧୀନତା ସଂଗ୍ରାମୀ ସ୍ମାରକୀ ଭବନ ପରିସରରେ ଅବସ୍ଥାପିତ ସ୍ମୃତି ସ୍ତମ୍ଭ ନିକଟରେ ଥିବା ମହାତ୍ମା ଗାନ୍ଧି ଓ ଲାଲ୍ ବାହାଦୂର ଶାସ୍ତ୍ରିଙ୍କ ଫଟୋ ଚିତ୍ରରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ମୃତି ଚାରଣ କରିଥିଲେ । ଜିଲ୍ଲା ସଂସ୍କୃତି ପରିଷଦ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ସ୍ମୃତି ଚାରଣ ଉତ୍ସବରେ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଓ ଅମୀୟ କୁମାର ସାହୁ, ଉପଜିଲ୍ଲାପାଳ ଛତ୍ରପୁର ପ୍ରିୟ ରଞ୍ଜନ ପୃଷ୍ଟି, ସଂସ୍ଥାପନା ଅଧିକାରୀ ସୁଶ୍ରୀ ସ୍ନିଗ୍ଧାରାଣୀ ଧଳ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଦିବ୍ୟ ଲୋଚନ ମହାନ୍ତ, ଛତ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମ୍ବିକା ପ୍ରସାଦ ଦାଶ, ରାଜସ୍ୱ ଅଧିକାରୀ ବିଜୟାନନ୍ଦ ସେଠୀ, ତହସିଲଦାର ନୀଳ ମାଧବ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସଂସ୍କୃତି ଅଧିକାରୀ ସଙ୍କର୍ଷଣ ପଟ୍ଟନାୟକ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ପରିଚାଳନା କରିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା

