

ଜଗନ୍ନାଥ ପ୍ରସାଦ (ସମୃଦ୍ଧ ଓଡିଶା) ଆଜି ଜଗନ୍ନାଥ ପ୍ରସାଦ ପଞ୍ଚାୟତ ସମିତି ସଭା କକ୍ଷରେ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଜଗମୋହନ ମୀନା ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୧୨୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ଜିଲ୍ଲାପାଳ ତ୍ୱରିତ ୩୯ ଗୋଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ ଜିଲ୍ଲାପାଳ ୨୫ ଜଣଙ୍କୁ ବିଧବା ଭତ୍ତା,ବାର୍ଦ୍ଧ୍ୟକ ଭତ୍ତା ପ୍ରଦାନ କରିଥିଲେ ଏବଂ ଏହା ସହିତ ଜିଲ୍ଲାପାଳ ଦୁଇଜଣକୁ ହୁଇଲ ଚେୟାର,୮ ଜଣଙ୍କୁ ତିନି ଚକିଆ ସାଇକେଲ, ଅନ୍ଧବାଡି ଜଣକୁ ପ୍ରଦାନ କରିଥିଲେ।ରେଡ଼କ୍ରସ ପାଣ୍ଠିରୁ ୩ ଜଣଙ୍କୁ ତିନି ହଜାର ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ। ଗ୍ରହଣ କରିଥିବା ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ରାୟ, ଭଞ୍ଜନଗର ଜଗନାଥପ୍ରସାଦ ବି,ଡ଼ି ଓ ଅନୁପ ପଣ୍ଡା, ଏସ.ଡ଼ି.ପି.ଓ.ଭଂଜନଗର ବିଶ୍ୱାମିତ୍ର ହରପାଲ, ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ କୁମାର ଶତପଥୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କଲ୍ୟାଣୀ ଦାଶ, ଉତ୍ତର ବନ ଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା, ଅତିରିକ୍ତ ତହସିଲଦାର ଜଗନାଥ ପ୍ରସାଦ, ସାମାଜିକ ସୁରକ୍ଷା ଅଧିକାରୀ ଏସି ଓ ଶବର,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଭଂଜନଗର,ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l
ରିପୋର୍ଟ : ନିମାଇଁ ଚରଣ ପଣ୍ଡା