ଜୁଲାଇ ୧ ଠାରୁ ଆରମ୍ଭ ହୋଇଛି ଗଞ୍ଜାମ ଜିଲ୍ଲପାଳ ଓ ଏସପିଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ…

ଛତ୍ରପୁର (ସମୃଦ୍ଧ ଓଡିଶା) ଗତକାଲି ଠାରୁ ଆରମ୍ଭ ହୋଇଛି ଗଞ୍ଜାମ ଜିଲ୍ଲପାଳ ଓ ଏସପିଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମ ଛତ୍ରପୁର ଡିଆରଡିଏ ସମ୍ମିଳନୀ କକ୍ଷରେ କରାଯାଇଛି । ସୂଚନା ଅନୁଯାୟୀ ଫେବୃୟାରୀ ମାସ ପରଠାରୁ ଅଭିଯୋଗ ଶୁଣାଣୀ ବନ୍ଦ ରହିଥିଲା । ଦୀର୍ଘ ୪ମାସ ପରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଗତକାଲି ତଥା ଜୁଲାଇ ମାସ ପହିଲା ସୋମବାର ଦିନ ଠାରୁ ଆରମ୍ଭ ହୋଇଛି । ଏହି ଅଭିଯୋଗ ଶୁଣାଣୀରେ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଗଂଜାମ ଏସପି ବ୍ରଜେଶ କୁମାର ରାଏ ମିଳିତ ହୋଇ ୨୯୩ ଟି ଅଭିଯୋଗର ଶୁଣାଣି କରିଛନ୍ତି । ସେଥିରୁ ୨୫୨ ଅଭିଯୋଗ ବ୍ୟକ୍ତିଗତ, ୧୩ ଟି ସାମୁହିକ ଅଭିଯୋଗ ଓ ୯ ଟି ଅଭଯୋଗ ଆଶୁ ସମାଧାନ ରହିଛି । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୪ଜଣ ହିତାଧିକାରୀଙ୍କୁ ୧ଲକ୍ଷ୪୦ହଜାର ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ୫ଜଣଙ୍କୁ ରେଡକ୍ରସ୍ ପାଣ୍ଠିରୁ ୧୯ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି । ଏହି ଅଭିଯୋଗ ଶୁଣାଣି ଅବସରେ ଛତ୍ରପୁର ଉପଖଣ୍ଡ ସମେତ ଜିଲ୍ଲାର ବହୁ ହିତାଧିକାରୀମାନେ ବାର୍ଦ୍ଧକ୍ୟ ଭର୍ତ୍ତା, ପକ୍କାଘର, କାଳିଆ ଯୋଜନା ଟଙ୍କା, ରାସନ କାର୍ଡ ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ଜିଲ୍ଲାପାଳଙ୍କୁ ଜଣାଇଥିଲେ । ଜିଲ୍ଲପାଳ ସେମାନଙ୍କ ସମସ୍ୟା ଗୁଡିକ ସମାଧାନ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରବେସନାରୀ ଆଇଏଏସ୍ ଅଫିସର କିର୍ତ୍ତୀ ଭାସନ ଭି, ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଗ୍ରିବେନ୍ସ ଅଧିକାରୀ ତଥା ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଦେବରାଜ ପାତ୍ର ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ, ଗଞ୍ଜାମ ବିଡିଓ ଜ୍ୟୋତି ରଞ୍ଜନ ରାଏ, ଛତ୍ରପୁର ତହସିଲଦାର ନୀଳମାଧବ ଭୋଇ, ଗଞ୍ଜାମ ତହସିଲଦାର ଅବନୀ କୁମାର ସାହୁ, ଜିଲ୍ଲା ଶିକ୍ଷାଧିକାରୀ ଡ.ସନାତନ ପଣ୍ଡା, ଜିଲ୍ଲା ଯୋଗାଣ ଅଧିକାରୀ ବିଷ୍ଣୁ ପ୍ରସାଦ ସୁପକାର, ଗଞ୍ଜାମ ଅବକାରୀ ଅଧିକ୍ଷୀକ ରାମଚନ୍ଦ୍ର ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂସୁ ମହାରଣା, ଜିଲ୍ଲା ମଙ୍ଗଳ ଅଧିକାରୀ ପରକ୍ଷୀତ ଦାଶ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡି, ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଅଧ୍ୟକ୍ଷ ଡାକ୍ତର କାହ୍ନୁଚରଣ ପାତ୍ରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଅଂଶ ଗ୍ରହଣ କରି ଅଭିଯୋଗ ଶୁଣାଣି କରିଥିଲେ ।

ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା