

ଛତ୍ରପୁର (ସମୃଦ୍ଧ ଓଡିଶା) ଛତ୍ରପୁର କଲେଜ ଛକ ଜାତୀୟ ରାଜପଥ ନିକଟରେ ରାସ୍ତା ପାର ହେଉଥିବା ସମୟରେ ଏକ ଟ୍ରଲର ଧକ୍କା ଦେଇଥିଲା । ସେଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି । ସେ ହେଉଛନ୍ତି ଜିଏନ ପାଲମା ଗ୍ରାମର ଶ୍ରୀନିବାସ ସ୍ୱାମୀ । ଶ୍ରୀନିବାସ ରାସ୍ତା ପାର ହେଉଥିବା ବେଳେ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଟ୍ରଲର ଧକ୍କା ଦେଇଥିଲା । ତାଙ୍କୁ ଚିକିତ୍ସିତ ପାଇଁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେଠାରେ ସେ ଚିକିତ୍ସିତ ହେଉଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


