

ଢେଙ୍କାନାଳ (ସମୃଦ୍ଧ ଓଡିଶା) ଢେଙ୍କାନାଳ ଜିଲ୍ଲାରେ ହିତାଧିକାରୀମାନଙ୍କୁ ବାର୍ଦ୍ଧକ୍ୟ ଭତ୍ତା ଓ ବିଧବା ଭତ୍ତା ବଣ୍ଟନ କରାଯାଇଛି । ଏହି ବଣ୍ଟନ କାର୍ଯ୍ୟକ୍ରମ ଢେଙ୍କାନାଳ ବିଧାୟକ ସୁଧୀର ସାମଲଙ୍କ ଦ୍ୱାରା ସ୍ଥାନୀୟ ଗୋପବନ୍ଧୁ ଟାଉନ ହଲ ଠାରେ ଗତ ମଙ୍ଗଳବାର ଦିନ କରାଯାଇଛି । ଏଥିରେ ହିତାଧିକାରୀମାନଙ୍କୁ ପୌରପାଳିକାର ୧୦୦ ଜଣଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଗୃହ ଯୋଜନାରେ କାର୍ଯ୍ୟାଦେଶ ଓ ୧୭ ଜଣଙ୍କୁ ଜାତୀୟ ପରିବାର ମଙ୍ଗଳ ଯୋଜନାରେ ୨୦,୦୦୦ ଟଙ୍କାର ଚେକ ଏବଂ ୧୫୭ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ଅଧିକାରୀ ପୌରନିର୍ବାହି ଅଧିକାରୀ ଅତନୁ କୁମାର ସାମନ୍ତ, ପୌରଯନ୍ତ୍ରୀଙ୍କ ସହ ପୂର୍ବତନ ନଗରପାଳ ଇନ୍ଦ୍ରମଣି ବେହେରା ଯୋଗ ଦେଇଥିଲେ ।
ରିପୋର୍ଟ : ଶୁଭମ କୁମାର ପାଣି
