

ଦିଗପହଣ୍ଡି (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଆଜି ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟରେ ରାଜସ୍ୱ ରଥର ଶୁଭାରମ୍ଭ ହୋଇଥିବା ବେଳେ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ୱାଇଁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିରେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ବେହେରା ସମେତ ସମସ୍ତ ତହସିଲ କର୍ମଚାରୀ ଉପସ୍ଥିତ ରହିଥିଲେ ।