

ଛତ୍ରପୁର (ସମୃଦ୍ଧ ଓଡିଶା) ଗଞ୍ଜାମ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମାର୍ଚ୍ଚ ୧୮ ତାରିଖ ଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମାର୍ଚ୍ଚ ୧୯ ତାରିଖ ଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି । ବ୍ରହ୍ମପୁର ଲୋକସଭା ଆସନ ଅନ୍ତର୍ଗତ ସମସ୍ତ ବିଧାନ ସଭା କ୍ଷେତ୍ର ଗୁଡିକରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ସେହିପରି ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀର ସମସ୍ତ ବିଧାନସଭା କ୍ଷେତ୍ର ଗୁଡିକରେ ଦ୍ଵିତୀୟ ପର୍ଯ୍ୟାୟରେ ନିର୍ବାଚନ କରାଯିବ । ଆଜି ଆସ୍କା ଲୋକସଭା ଆସନ ପାଇଁ ସି.ପି.ଆଇ. (ଏମ.ଏଲ)ର ଶଙ୍କର ସାହୁ ନାମାଙ୍କନ ଦାଖଲ କରିଛନ୍ତି । ଗୋପାଳପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପି. ଶିବ ପ୍ରସାଦ ରେଡ୍ଡୀ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ବ୍ରହ୍ମପୁର ବିଧାନସଭା ଆସନରୁ ଶିବାନୀ ଶଙ୍କର ମିଶ୍ର ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା





