


ବେଲଗୁଣ୍ଠା (ସମୃଦ୍ଧ ଓଡିଶା) ଆଜି ନିଖିଳ ଓଡ଼ିଶା ବାଣାୟତ ଓଡ଼ିଆ ସମାଜ ତରଫରୁ ସମ୍ବର୍ଦ୍ଧିତ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାକୁ ବେଲଗୁଣ୍ଠା କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ କରାଯାଇଥିଲା । ଏହି ସଭାରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଏହି ଅବସରରେ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କୁ ବିରାଟ ପଟୁଆରରେ ସ୍ୱାଗତ କରାଯାଇଥିଲା । ଏହାପରେ ସମ୍ବର୍ଦ୍ଧିତ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ ବ୍ୟକ୍ତିଙ୍କ ସମେତ ଗ୍ରାମବାସୀ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା








